ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷର ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ବରଗଡ଼, ଗଞ୍ଜାମ , କଟକ, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬୨୨୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୨୨ଆକ୍ଟିଭ କେସ ରହିଥିବା ବେଳେ୪୨,୨୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0