spot_img

ରାଜ୍ୟରେ ୧୦କରୋନା ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ, ଭୁବନେଶ୍ୱରରୁ୨, ଅନୁଗୁଳ,କୋରାପୁଟ,ନୟାଗଡ଼,ସୁବର୍ଣ୍ଣପୁରରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୦, ୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଚନ୍ତି । ଏଥିମଧ୍ୟରୁ ୨୩, ୬୯୯ଟି ଆକ୍ଟିଭ କେସ୍ ରହିଥିବା ବେଳେ ୪୮,୫୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୭୨୪୨୬ ଟି ସାମ୍ପୁଲ ଟେଷ୍ଟ ହୋଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular