spot_img

ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ସଂକ୍ରମିତ, ମୋଟ ମୃତ୍ୟୁ ସଂଖ୍ୟା ୧୮୭ କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ଆଜି ରାଜ୍ୟରେ ୧୬୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ଖୋର୍ଦ୍ଧାରୁ ୩, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ସଂକ୍ରମତିଙ୍କ ମୃତ୍ୟୁ ହୋଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୭୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୦୫୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୨୮୭୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular