spot_img

ରାଜ୍ୟରେ ହଜାରେ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ  ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular