ଭୁବନେଶ୍ୱର: ବର୍ଷାରୁ ନାହିଁ ନିସ୍ତାର । ବଙ୍ଗପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ । ଆସନ୍ତା ୨୪ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଡ୍ରିପ୍ରେସନରେ ପରିଣତ ହେବାକୁ ଯାଉଛି । ଏଥି ସହ ୧୨ ଅକ୍ଟୋବର ସକାଳ ବେଳକୁ ଏହା ପଶ୍ଚିମ- ଉତ୍ତର ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୧୧ ରୁ ୧୩ ତାରିଖ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
୧୧ ତାରିଖରେ ରାଜ୍ୟର ଗଜପତି, ରାୟଗଡ଼ା,ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନଗିରି ,କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରେ ବ୍ରଜପାତ ସହ ପ୍ରବଳ ବର୍ଷା ସମ୍ଭାବନା ନେଇ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୨ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି , ଗଞ୍ଜାମ, ପୁରୀ, ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଜିଲ୍ଲା ଗୁଡ଼ିକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷାକୁ ନଜର ରଖି ମତ୍ସ୍ୟଜୀବିମାନଙ୍କୁ ସମୁଦ୍ରକୁ ଜିବାକୁ ବାରଣ କରାଯାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0