spot_img

ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ଖସିବାରେ ଲାଗିଛି କରୋନା ଗ୍ରାଫ୍ । ୨୪ ଘଣ୍ଟା ମଧ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୨ ମୃତକଙ୍କ ମଧ୍ୟରୁ ଝାରସୁଗୁଡା, ଖୋର୍ଦ୍ଧା, ନୂଆପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ, ଗଞ୍ଜାମ, ନବରଙ୍ଗପୁର, ପୁରୀ, ସମ୍ବଲପୁର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular