ଭୁବନେଶ୍ୱର : ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ଅଧିକ ସଂଖ୍ୟକ ସଂକ୍ରମିକ ମଧ୍ୟ ସୁସ୍ଥ ହେବାରେ ଲାଗିଛନ୍ତି । ମଙ୍ଗଳବାର ୧୨୫୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରଜ୍ୟରେ ମୋଟ୍ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୨୫୭୩୭କୁ ବୃଦ୍ଧି ପାଇଛି ।
ଗଞ୍ଜାମରୁ ସର୍ବାଧିକ ୪୮୫ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୨୫, ସୁନ୍ଦରଗଡରୁ ୧୨୨, ସମ୍ବଲପୁରରୁ ୧୦୭, ପୁରୀରୁ ୭୫, ମୟୁରଭଞ୍ଜରୁ ୪୩, କଟକରୁ ୪୦, ଜଗତସିଂହପୁରରୁ ୨୯, କନ୍ଧମାଳରୁ ୨୮, ବାଲେଶ୍ୱରରୁ ୨୭, ବଲାଙ୍ଗୀରରୁ ୨୪, କୋରାପୁଟରୁ ୨୨, ଅନୁଗୋଳରୁ ୨୦, ନବରଙ୍ଗପୁରରୁ ୧୮, ଗଜପତିରୁ ୧୬, ନୟାଗଡରୁ ୧୪, କେନ୍ଦ୍ରାପଡାରୁ ୧୨, ମାଲକାନଗିରିରୁ ୧୧, ଭଦ୍ରକରୁ ୧୦, କଳାହାଣ୍ଡିରୁ ୮, ନୂଆପଡାରୁ ୬, ଯାଜପୁରରୁ ୫, ଢେଙ୍କାନାଳରୁ ୪, ଝାରସୁଗୁଡାରୁ ୩ ଏବଂ କେନ୍ଦୁଝରରୁ ଜଣେ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୨୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୮୫୫୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 3
Total Visitors : 130567
Total Views : 9892122
Visitors Online Now : 0