spot_img

ଆଜି ରାଜ୍ୟରେ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟାବହ ହେବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ କରୋନାରେ ବଳି ପଡ଼ୁଛି ଅମୂଲ୍ୟ ଜୀବନ । ଆଜି ଦିନକରେ କରୋନାରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରୁ ବରଗଡ଼ରୁ ଜଣେ, ବଲାଙ୍ଗିରରୁ ଜଣେ, ଭୁବନେଶ୍ୱରରୁ ଜଣେ, କଟକରୁ ଜଣେ, ଗଜପତିରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ , ମୟୁରଭଞ୍ଜରୁ ଜଣେ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୬୮୨ କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular