ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୧୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେସ ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲରାୁ ୩ଜଣ, ନୟାଗଡ଼ା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୧୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୦୭୫୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୫୨୫୭୦୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0