spot_img

ରାଜ୍ୟରେ ୧୩୨୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ତିନି ଦିନ ହେବ ଏକ ହଜାରରୁ ଅଧିକ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ମଧ୍ୟ ୨୪ ଜିଲ୍ଲାରୁ ୧୩୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୭ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩୩ ଲୋକାଲ୍ କେସ୍ ରହିଛି । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୬୦ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧୪୭ ଜଣ ଚିହ୍ନଟ ହୋଇଥିବା ବେଳେ ଗଜପତି ଓ ପୁରୀ ଜିଲ୍ଲାରୁ ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular