ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ , ବାଲେଶ୍ୱର ଜିଲ୍ଲାରୁ ୩୧ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୬୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୭୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୭ଜଣ, କେନ୍ଦୁଝର ଜିଲ୍ଲାରୁ ୮୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯୬ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ ଜିଲ୍ଲାରୁ ୬୦ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୭୨ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୦୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୬୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୪୪୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୮୫୫୦୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0