ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ରେ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୨୯୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୭୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୯ଜଣ, ବରଗଡ଼ ଜିଲ୍ଲାରୁ ୩୩ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୧ଜଣ, କଟକ ଜିଲ୍ଲାରୁ ୮୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୬୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୩୧ଜଣ, ଗଜତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ , କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, କୋରାପୁଟ ଜିଲ୍ଲାରୁ ୯୭ଜଣ, ମାଲକାନଗିରି ଜିଲ୍ଲାରୁ ୩୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀରୁ ୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୯୩ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୯୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୧୯୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୫୬୫୮୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 0