ଭୁବନେଶ୍ୱର : ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୬୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୯ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୭ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୪୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୧ଜଣ, ଗଜପତି ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୭ଜଣ, କନ୍ଧମାଳ ଜିଲ୍ଲାରୁ ୬୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୧, କୋରାପୁଟ ଜିଲ୍ଲାରୁ ୪୯ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ସମ୍ବଲପୁର ଜିଲ୍ଲାରୁ ୮୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୬୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୩୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୦୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୭୦୫୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0