spot_img

ରାଜ୍ୟରେ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୪ ମୃତକଙ୍କ ମଧ୍ୟରୁ ବାଲେଶ୍ବର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ମାଲକାନଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବରଗଡ଼, ଯାଜପୁର, ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୭୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୫୭୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୮୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୬୭୦୯୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular