spot_img

ରାଜ୍ୟରେ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ଗଜପତି, ସମ୍ବଲପୁର, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, ଯାଜପୁର, କେନ୍ଦ୍ରପଡା, ଖୋର୍ଦ୍ଧା, କୋରାପୁଟ ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular