ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୩୦୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୪୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୦୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୫୪୮୪୨୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0