spot_img

ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୫୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୫୪୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୫୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୦ଜଣ, ବାଲେଶ୍ୱର ଜିଲ୍ଲାରୁ ୯୨ଜଣ, ବରଗଡ଼ ଜିଲ୍ଲାରୁ ୪୧ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୯୯ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୪ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୭୮ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪୭ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୨ଜଣ, କେନ୍ଦୁଝର ଜିଲ୍ଲାରୁ ୩୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୮ଜଣ, କୋରାପୁଟ ଜିଲ୍ଲାରୁ ୨୬ଜଣ, ମାଲକାନଗିରି ଜିଲ୍ଲାରୁ ୪୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡ଼ା ଜିଲ୍ଲାରୁ ୫୧ଜଣ, ପୁରୀ ଜିଲ୍ଲାରୁ ୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୧ଜଣ, ଷ୍ଟେଟ ପୁଲ୍‌ରୁ ୩୬ଜଣ ରହିଛନ୍ତି ।

 

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular