spot_img

ରାଜ୍ୟରେ ରେକର୍ଡ ସଂଖ୍ୟକ ୧୫୯୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ରେକର୍ଡ଼ କଲା ମହାମାରୀ । ୨୪ ଘଣ୍ଟା ମଧ୍ୟରେ ୧୫୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୬ ଜଣ କ୍ୱାରେଣ୍ଟିାଇନରୁ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ୨୨ ହଜାର ୬୯୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନ ଦିଆଯାଇଛି ।

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୬୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୩୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୩୫୭୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular