spot_img

୨୪ ଘଣ୍ଟାରେ ୧୬,୭୫୨ ଆକ୍ରାନ୍ତ, ୧୧୩ ମୃତ

ନୂଆଦିଲ୍ଲୀ: ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୭୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେପଟେ ଦେଶରେ ୧୧୩ ଜଣଙ୍କର ମୃତୁ୍ୟ ହୋଇଥିବା ନେଇ ଜଣାପଡିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୯୬ ହଜାର ୬୩୧ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୧୧୩ ମୃତୁ୍ୟକୁ ନେଇ ମୋଟ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୫୭ ହଜାର ୫୧ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୭୧୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୭,୭୫,୧୬୯। ଏହି ହିସାବରେ ସମ୍ପ୍ରତି ଜାତୀୟ ସୁସ୍ଥତା ହାର ହେଉଛି ୯୭.୧୪% । ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୪,୫୧୧ରେ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୩,୦୧,୨୬୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଫେବ୍ରୁଆରି ୨୭ ସୁଦ୍ଧା ସମୁଦାୟ ୨୧,୬୨,୩୧,୧୦୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୭,୯୫,୭୨୩ଟି ନମୁନା।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular