ଭୁବନେଶ୍ୱର: ରାଜ୍ୟରେ୨୯ ଜିଲ୍ଲାରୁ ସର୍ବାଧିକ୧୬୯୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦ ହଜାର ୭୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧରୁ ୧୦୭୩ଜଣ କ୍ୱରେଣ୍ଟାଇନରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୮୧ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୭ଜଣ, ଗଜପତି ଜିଲ୍ଲାରୁ ୫୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୪୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୦ଜଣ, କନ୍ଧମାଳ ଜିଲ୍ଲାରୁ ୭୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୦ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧରୁ ୧୪୭୦୦ଟି ଆକ୍ଟିଭ କେସ ରହିଥିବା ବେଳେ ୨୫୭୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0