ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ମାଲକାନଗିରି, ବରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0