spot_img

ରାଜ୍ୟରେ ଆଉ ୧୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୬୬୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୫୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୭ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଗଜପତି, ଗଞ୍ଜାମ, କେନ୍ଦ୍ରାପଡା, ନୟାଗଡ, ରାୟଗଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular