spot_img

ରାଜ୍ୟରେ ଆଜି ୧୪ ଜିଲ୍ଲାରୁ ୧୭୦ ପଜିଟିଭଚିହ୍ନଟ, ୬୩୫୦ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର ୨୭।୬: ରାଜ୍ୟରେ ଆଉ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ୟ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ଅଛନ୍ତି।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୩୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୪୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular