ଭୁବନେଶ୍ୱର: ରାଜ୍ରରେ ୨୪ ଘଣ୍ଟା ମଧ୍ୟରେ ୧୭୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୫ଜଣ କ୍ୱରେଣ୍ଟାଇନରେ ରହିଥିବା ବେଳେ ୬୫୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୯୨୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୫୧ଜଣ, ଭଦ୍ରକ ଜିଲ୍ଲାରୁ ୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୭୭ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୮୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ୫୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୨ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୧୦୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୫୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୬୫ଟି ଆକ୍ଟିଭ କେସ ରହିଥିବା ବେଳେ ୩୦୨୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୦୧୮୩ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 0