ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଉ ୧୨୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ୭୭ଟି କ୍ୱାରେଣ୍ଟାଇନ୍ କେସ୍ ଥିବା ବେଳେ ୪୯ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ରାଜଧାନୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୬୧ରେ ପହଁଚିଥିବା ବେଳେ ୧୫୬୬ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୧୭ଜଣ ପ୍ରାଣ ହରାଇଥିବା ବେଳେ ୧୨୭୬ଟି ସକ୍ରିୟ କେସ୍ ରହିଛି ।
Update on newly detected & cured #COVID19 cases in the last 24 hrs under the BMC area on 1st Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/ViIDV5KV0L— BMC (@bmcbbsr) August 1, 2020
ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୭୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୯୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0