ଭୁବନେଶ୍ୱର : ଆସନ୍ତା ୨୦ ତାରିଖରୁ ବିଧାନସଭାରେ ଅନୁଷ୍ଠିତ ହେବ ଶୀତ ଅଧିବେଶନ । ତେବେ ଅଧିବେଶନ ପୂର୍ବରୁ ନଭେମ୍ବର ୧୮ରେ ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ । ବୈଠକରେ ପ୍ରଶ୍ନକାଳ ରହିବ କି ନାହଁ ସେନେଇ ଆଲୋଚନା ହେବ । ଏହାସହ ଗୃହ କିଭଳି ସୁରୁଖୁରୁରେ ଚାଲିବ ସେନେଇ ମଧ୍ୟ ବୈଠକରେ ଆଲୋଚନା କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ନଭେମ୍ବର ୨୦ରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏହା ଡିସେମ୍ବର ୩୧ ଯାଏଁ ଚାଲିବ ।ଶୀତ ଅଧିବେଶନର ପ୍ରଥମ ଦିନରେ ଉପସ୍ଥାପନ ହେବ ଅତିରିକ୍ତ ବଜେଟ । ତେବେ ଶୀତ ଅଧିବେଶନରେ ୪୦ଟି କାର୍ଯ୍ୟ ଦିବସ ରହିବ ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0