ଜଗତ୍ସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ୧୮ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୦୪୫ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୬୦୮୮୯ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୩୨୨୪ଟି ଭୋଟ୍ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୫୩୨୫ଟି ଭୋଟ୍ ପାଇଛନ୍ତି।
ସୂଚନାଯୋଗ୍ୟ, ୧୭ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୫୫୪ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୫୭୮୪୪ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୩୧୧୭୭ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୪୬୯୩ଟି ଭୋଟ୍ ପାଇଥିଲେ।



Visitors Today : 0
Total Visitors : 130423
Total Views : 9891953
Visitors Online Now : 0