spot_img

ରାଜଧାନୀରୁ ଆଉ ୧୮୨ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୮୨  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪୮୧ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୪୪ ଜଣ ରହିଥିବା ବେଳେ ୧୩୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୭୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୪୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏଥିମଧ୍ୟରୁ ୨୪୧୫ଟି ଆକ୍ଟିଭ୍କେସ୍ରହିଥିବା ବେଳେ ୨୫୮୯୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ସେହିପରି ୧୫୦ ଜଣଙ୍କର ମୃତ୍ୟୁ ହୋଇଛି

LEAVE A REPLY

Please enter your comment!
Please enter your name here

- Advertisment -

Most Popular