ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୯୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୯୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୮୮୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୩୧୯୬୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0