ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୩୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୦୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୫୯୬୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୧୨୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0