ଭୁବନେଶ୍ୱର :ରାଜ୍ୟରେ ୨୪ ଘଣ୍ଟାରେ ୧୯୭୭ କରେନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୨୪୧ ଜଣ କ୍ୱରାଣ୍ଟାଇନରୁ ଥିବା ବେଳେ ୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୬୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପକ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ ଜଣ, ବରଗଡ ଜିଲ୍ଲାରୁ ୨୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧୦୧ ଜଣ, ଦେବଗଡ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ ଜଣ, ଗଜପତି ଜିଲ୍ଲାରୁ ୯୩ ଜଣ, ଗଞ୍ଜାମ ଜିଲ୍ଲାରୁ ୨୮୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁର ଜିଲ୍ଲାରୁ ୬୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ ଜଣ, କନ୍ଧମାଳ ଜିଲ୍ଲାରୁ ୬୦ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୨ ଜଣ, କୋରାପୁଟ ଜିଲ୍ଲାରୁ ୯୦ ଜଣ, ମାଲକାନଗିରି ଜିଲ୍ଲାରୁ ୫୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୭୫ ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ ଜଣ, ପୁରୀ ଜିଲ୍ଲାରୁ ୮୩ ଜଣ, ରାୟଗଡ଼ା ଜିଲ୍ଲାରୁ ୭୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୯ ଜଣ, ସୋନପୁର ଜିଲ୍ଲାରୁ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୮ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୪୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୫୩ଟି ଆକ୍ଟିଭ କେସ ରହିଥିବା ବେଳେ ୩୭୯୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସଦ୍ଧା ରାଜ୍ୟରେ ୭୮୦୭୮୨୬ଟ ି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0