ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୯୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ୧୨୨୫ ଜଣ କ୍ୱରାଣ୍ଟାଇନରେ ଥିଲେ ବାକି ୭୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୬୫୩ରେ ପହଞ୍ଚିଛି । ଏନେଇ ରଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ଜଣ, ବରଗଡ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୧୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୬୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୩୯ଜଣ, କନ୍ଧମାଳ ଜିଲ୍ଲାରୁ ୧୭୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୪ଜଣ, କୋରାପୁଟ ଜିଲ୍ଲାରୁ ୯୭ଜଣ, ମାଲକାନଗିରି ଜିଲ୍ଲାରୁ ୬୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ ଜିଲ୍ଲାରୁ ୫୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୭୭ଜଣ, ରାୟଗଡ଼ା ଜିଲ୍ଲାରୁ ୫୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୮ଜଣ, ସୋନପୁର ଜିଲ୍ଲାରୁ ୫୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୨୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୦୭ଟି ଆକ୍ଟିଭ କେସ ରହିଥିବା ବେଳେ ୩୬୪୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0