spot_img

କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୩୮କୁ ବୃଦ୍ଧି

ଭୁବନେଶ୍ୱର,୦୬।୦୭: ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ୟ୍ୟନ୍ତ ୩୮ ଜଣଙ୍କ ଜୀବନ ଗଲାଣି । ମୃତଙ୍କ ମଧ୍ୟରୁ ଯାଜପୁର ଓ ଗଞ୍ଜାମ ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।
ଗଞ୍ଜାମ ମୃତକ ହେଉଛନ୍ତି ୭୭ ବର୍ଷର ଜଣେ ବ୍ୟକ୍ତି । ସେ ହାଇପରଟେନସନରେ ପୀଡିତ ଥିଲେ ।ସେହିପରି ଯାଜପୁରର ୬୪ ବ୍ୟକ୍ତି ମଧ୍ୟ ପ୍ରାଣ ହରାଇଛନ୍ତି । ସେ ମଧୁମେହରେ ପୀଡିତ ଥିଲେ । ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular