spot_img

୨ ଦିନିଆ ରିମାଣ୍ଡରେ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ ଏସ୍‌ଆଇଟି। ତାଙ୍କୁ ଝାରପଡ଼ା ଜେଲରୁ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟକୁ ନିଆଯାଇଛି। ସେଠାରେ ଆକାଶ ପାଠକ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ବସାଇ ମୁହାଁମୁହିଁ ଜେରା କରିବ କ୍ରାଇମବ୍ରାଞ୍ଚ। ଟାଟା ନାଁରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ସହ ଠକେଇ କରିଥିବା ତାଙ୍କ ନାମରେ ଅଭିଯୋଗ ରହିଛି। ଗତ ୪ ତାରିଖ ସନ୍ଧ୍ୟା ବେଳେ ପ୍ରଦୀପଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ତାଙ୍କ ବିରୋଧରେ ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦ ବି,  IT ଆକ୍ଟ ୨୦୦୦ର ଦଫା ୬୬C ଓ Dରେ ମାମଲା ରୁଜୁ କରିଥିଲା କ୍ରାଇମବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରି କରାଇଦେବାକୁ କହି ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ଅଭିଯୋଗ ଆସିଥିଲା। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ପ୍ରଦୀପଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏବେ ପ୍ରଦୀପ ଝାରପଡ଼ା ଜେଲ୍‌ରେ ରହିଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular