spot_img

ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ୍ଟ ପରୀକ୍ଷା ଫଳ । ମଧ୍ୟାନ୍ନ ୧୨.୩୦ ରେ ଉଐଝଋ ଅଫିସରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଓ୍ବେବ୍ସାଇଟ୍ ମାଧ୍ୟମରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ପାଇପାରିବେ । ସେହିପରି ଅଗଷ୍ଟ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ରେଜଲ୍ଟ ଓ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ । ଓ୍ବେବ୍ସାଇଟ୍ ମାଧ୍ୟମରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ପାଇପାରିବେ । ଏତି ସହିତ ୫୬ ହଜାର ଶିକ୍ଷକଶିକ୍ଷୟତ୍ରୀ ପଦୋନ୍ନତି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଚଳିତ ବର୍ଷ ୩ଲକ୍ଷ ୫୦ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଥିଲେ । ଚଳିତବର୍ଷ କରୋନା ମହାମାରୀ ଯୋଗୁଁ ଯୁକ୍ତ ଦୁଇ ଖାତାଦେଖା ବିଳମ୍ବ ହୋଇଥିଲା । ସେଥିପାଇଁ ରେଜଲ୍ଟ ପ୍ରକାଶରେ ବିଳମ୍ବ ହୋଇଛି । ପୂର୍ବ ସୂଚନା ଅନୁସାରେ ଅଗଷ୍ଟ ତୃତୀୟ ସପ୍ତାହରେ ବାଣିଜ୍ୟ ଓ ଶେଷ ସପ୍ତାହରେ କଳା ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular