ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷୋ ଯୋଗୁଁ ବଢିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଜଳସ୍ତର ବୃଦ୍ଧି ପାଉଥିବାରୁ ବର୍ତ୍ତମାନ ୨୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଛି । ହୀରାକୁଦ ଡ୍ୟାମ ଜଳସ୍ତର ୬୧୫.୯୫ ଫୁଟ୍ ରହିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୨ଲକ୍ଷ ୮୯ ହଜାର ୫୮୨ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିପରି ୩ଲକ୍ଷ ୨୨ ହଜାର ୯୫୦ କ୍ୟୁସେକ ଜଳ ପ୍ରତି ସେକେଣ୍ଡରେ ନିଷ୍କାସିତ ହେଉଛି । ତେବେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବଢିବାରୁ ସୋମବାର ୩ଟି ପର୍ଯ୍ୟାୟରେ ଗେଟ୍ ଗୁଡିକୁ ଖୋଲାଯାଇଛି ବୋଲି ଜଳ ସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0