ଭୁବନେଶ୍ଵର : ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଆର୍ଥିକ ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍ ବିଧାନସଭାରେ ଆଗତ କରିଛନ୍ତି। ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ ହୋଇଛି। ବଜେଟ୍ରେ ରାଜ୍ୟ ସରକାର ସ୍ଵତନ୍ତ୍ର କୃଷି ବଜେଟ୍ ଉପସ୍ଥାପନ କରିଛନ୍ତି। କୃଷି ପାଇଁ ୨୦ ହଜାର କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। କାଳିଆ ଯୋଜନା ପାଇଁ ରାଜ୍ୟ ସରକାର ବଜେଟ୍ରେ ୧୮୦୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।
ବଜେଟ୍ରେ କୃଷି କ୍ଷେତ୍ର ପ୍ରତି ସରକାର ଗୁରୁତ୍ଵାରୋପ କରିଛନ୍ତି। ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠିର ବ୍ୟବସ୍ଥା ହୋଇଛି। ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ଟଙ୍କାର ବ୍ୟୟବରାଦ। ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟିର ବ୍ୟୟବରାଦ ହୋଇଛି। କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ। ଜଳସେଚନ ପାଇଁ ମୋଟ୍ ୨୨୫୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ୍ ୭୧୦ କୋଟି ଟଙ୍କାର ବ୍ୟୟ ଅଟକଳ ରଖାଯାଇଛି। ପାର୍ବତୀ ଗିରି ଜଳସେଚନ ପାଇଁ ୮୬୦ କୋଟି ବ୍ୟୟବରାଦ। ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ଅଟକଳ କରାଯାଇଛି।
ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ ହୋଇଛି। ଅଚଳ ଉଠା ଜଳସେଚନ ପଏଣ୍ଟ ପୁନରୁଦ୍ଧାର ପାଇଁ ୧୬୦ କୋଟି। ବିପର୍ଯ୍ୟୟ ତ୍ଵରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ ହୋଇଛି। ମତ୍ସ୍ୟ ଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟ ଅଟକଳ କରାଯାଇଛି। ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟ ବରାଦ ହୋଇଛି। ପଶୁ ଚିକିତ୍ସା ପାଇଁ ପଶୁ ହେଲ୍ପ ଲାଇନ ସେବା ଆରମ୍ଭ ହେବ। ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ଵ ବିଦ୍ୟାଳୟ।



Visitors Today : 2
Total Visitors : 130224
Total Views : 9891699
Visitors Online Now : 0