spot_img

ରାଜଧାନୀରୁ ଆଉ ୨୮୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୮୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୧୬ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୯ ଜଣ ରହିଥିବା ବେଳେ ୧୯୨ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

 

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୦୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୪୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୫୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୨ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular