ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୯ ଜିଲ୍ଲାରୁ ୨୨୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୪୧୬ ଲୋକାଲ କେସ ୮୨୩ । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୬୪ ହଜାର ୫୩୩କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ପିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୧୩୦ ଜଣ, ବରଗଡ ଜିଲ୍ଲାରୁ ୫୧ ଜଣ, ଭଦ୍ରକ ଜିଲ୍ଲାରୁ ୭୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୬ ଜଣ, ବୌଦ୍ଧ ଜିଲ୍ଲାରୁ ୫୩ ଜଣ, କଟକ ଜିଲ୍ଲାରୁ ୧୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୬ ଜଣ, ଗଜପତି ଜିଲ୍ଲାରୁ ୪୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୭୫ ଜଣ, ଝାରୁସୁଗୁଡ଼ା ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୯୦ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୯ ଜଣ, କୋରାପୁଟ ଜିଲ୍ଲାରୁ ୯୧ ଜଣ, ମାଲକାନଗିରି ଜିଲ୍ଲାରୁ ୫୫ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪ ଜଣ, ନୟାଗଡ ଜିଲ୍ଲାରୁ ୧୪୭ ଜଣ, ନୂଆପଡ଼ା ଜିଲ୍ଲାରୁ ୮ ଜଣ, ପୁରୀ ଜିଲ୍ଲାରୁ ୪୦ ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୦ ଜଣ, ସମ୍ବଲପୁର ଜିଲ୍ଲାରୁ ୫୩ ଜଣ, ସୋନପୁର ଜିଲ୍ଲାରୁ ୨୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୪ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬୪୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୩୩୯ଆକ୍ଟିଭ କେସ ରହିଥିବା ବେଳେ୪୩,୭୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୦୯୪୫୪ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0