ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେଉଛି ଅବପାତ। ଆସନ୍ତା ୨୪ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଅବପାତ। ପରେ ବାତ୍ୟା ଉତ୍ତର-ପଶ୍ଚିମକୁ ମୁହାଁଇବାର ତାମିଲନାଡୁ ଓ ପୁଡୁଚେରୀ ଉପକୂଳ କରାଇକାଲ ଓ ମାମଲାପୁରମ ମଧ୍ୟରେ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ମଧ୍ୟାହ୍ନରେ ଭୀଷଣ ବାତ୍ୟା ଆଶଙ୍କା ରହିଛି। ବାତ୍ୟା ସମୟରେ ୧୦୦ରୁ ୧୧୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଓଡ଼ିଶା ଉପରେ ଏହାର ସିଧା ପ୍ରଭାବ ପଡ଼ିବ ନାହିଁ। କିନ୍ତୁ ୨୫ ଓ ୨୬ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।
ସୂଚନାରୁ ପ୍ରକାଶ, ଗତ ଦୁଇ ଦିନ ହେଲା ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇଛି। ଧାନ ଅମଳ ସମୟରେ ହୋଇଥିବା ବର୍ଷା ଚାଷୀଙ୍କ ନିଦ ହଜାଇ ଦେଇଛି। ଉତ୍ତର ଓଡ଼ିଶାରେ କଟାଯାଇଥିବା ଧାନ ବର୍ଷା ପାଣିରେ ଭିଜିଥିବା ଦେଖିବାକୁ ମିଳିଛି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0