ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୭ଶହରୁ ଅଧିକ ଅଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୭୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୬,୩୮୬ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୦୯୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୬,୧୪,୪୩୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୦,୯୮୯। ୨୪୩ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୪,୦୪,୯୯,୮୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୪୯,୦୯,୨୫୪ ଡୋଜ୍ ଟିକା।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୮ ତାରିଖ ସୁଦ୍ଧା ସମୁଦାୟ ୬୦,୪୪,୯୮,୪୦୫ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୧୨,୯୦,୯୦୦ଟି ନମୁନା।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0