spot_img

ରାଜଧାନୀରୁ ଆଉ ୨୪୩ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱରଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨୪୩  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୭୭୯ରେ ପହଞ୍ଚିଛି । ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୮ ଜଣ ରହିଥିବା ବେଳେ ୧୭୫ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୫୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୭୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୨୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୨୯ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular