spot_img

ରାଜ୍ୟରେ ୨୪୪ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୧୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୧୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୭୮୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୧୭୨୦୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular