ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୮୬୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ୩୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪ଜଣ, ଷ୍ଟେଟ ପୁଲ୍ରୁ ୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୮୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୦୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୫୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୯୭୬୧୦୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0