ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୩୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ଜଣ, ଷ୍ଟେଟ୍ ପୁଲ୍ରୁ ୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୩୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୭୨୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୧୧୧୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130167
Total Views : 9891612
Visitors Online Now : 0