ଭୁବନେଶ୍ୱର: ରାଜ୍ୟରରେ ସୋମବାର ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୬୯୨୪ରେ ପହଁଚିଛି ।
ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୪୨୮ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ବାଲେଶ୍ୱରରୁ ୨୭୬, ଗଞ୍ଜାମରୁ ୨୩୭, କଟକରୁ ୧୫୨, ରାୟଗଡାରୁ ୧୪୪, ଭଦ୍ରକରୁ ୧୪୦, ସୁନ୍ଦରଗଡରୁ ୧୩୮, କୋରାପୁଟରୁ ୯୮, ପୁରୀରୁ ୯୭, ନୟାଗଡରୁ ୯୬, ବଲାଙ୍ଗୀରରୁ ୮୫, ଢେଙ୍କାନାଳରୁ ୬୧, କନ୍ଧମାଳରୁ ୬୦, ସମ୍ବଲପୁରରୁ ୫୯,ଯାଜପୁରରୁ ୫୮, ମୟୂରଭଞ୍ଜରୁ ୫୪, ବରଗଡରୁ ୫୩, ଜଗତସିଂପୁରରୁ ୫୩, ମାଲକାନଗିରିରୁ ୫୨, ଗଜପତିରୁ ୪୨ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ନବରଙ୍ଗପୁରରୁ ୩୧, କଳାହାଣ୍ଡିରୁ ୨୩, କେନ୍ଦ୍ରାପଡାରୁ ୨୨, ଦେବଗଡରୁ ୧୯, କେଉଁଝରରୁ ୧୯, ଝାରସୁଗୁଡାରୁ ୧୮, ଅନୁଗୋଳରୁ ୩ ଓ ବୌଦ୍ଧରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0