ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୭ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୭୭୮ରେ ପହଞ୍ଚିଛି । ୨୪ ଘଣ୍ଟାରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦ ଜଣ ରହିଥିବା ବେଳେ ୧୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୧୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୧୯ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0