ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୨୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୭୯ ଜଣ ସଙ୍ଗରୋଧ ଓ ୨୧୧ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟ୍ୱିଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୫ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୧ ହଜାର ୮୯୭ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩ ହଜାର ୪୨୯ ଜଣ ଆକ୍ରାନ୍ତ ସକ୍ରିୟ ଆକ୍ରାନ୍ତ ଥିବା ବେଳେ ୧୧୭ ଜଣଙ୍କର ମୃତ୍ୟୁ ହୋଇଛି।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0