ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୯୯୩ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୮୭୯ ଜଣ କ୍ୱରେଣ୍ଟାଇନରେ ଥିବା ବେଳେ ୧୧୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୭୮୫୩୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୫ଜଣ, ବରଗଡ ଜିଲ୍ଲାରୁ ୯୮ଜଣ, ଭଦ୍ରକ ଜିଲ୍ଲାରୁ ୯୨ଝଣ, ବଲାଙ୍ଗୀର ଜିଲ୍ଲାରୁ ୬୨ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୫୮ଜଣ, ଦେଓଗଡ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୦ଝଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ୨୭୧ଜଣ, ଜଗତସିଂହପୁର ଜିଲ୍ଲାରୁ ୪୬ଜଣ, ଯାଜପୁର ଜିଲ୍ଲାରୁ ୧୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୦୬ଜଣ, କୋରାପୁଟ ଜିଲ୍ଲାରୁ ୯୫ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୮ଜଣ, ନୟାଗଡ ଜିଲ୍ଲାରୁ ୧୫୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୫୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୪ଜଣ, ସୋନପୁର ଜିଲ୍ଲାରୁ ୪୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୮୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୭୯୨ଟି ଆକ୍ଟିଭ କେସ୍ ରହିଥିବା ବେଳେ ୫୨୨୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୨୭୧୧ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0