ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୫୬୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୪୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୧୮୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଅନୁଗୁଳରୁ ୫୮, ବାଲେଶ୍ୱର ୪୦, ବରଗଡ଼ ୬୧, ଭଦ୍ରକ ୯୪, ବଲାଙ୍ଗିର ୨୪, ବୌଦ୍ଧ ୯, କଟକ ୩୧୨, ଦେଓଗଡ଼ ୧, ଢ଼େଙ୍କାନାଳ ୧୩୨, ଗଜପତି ୨୯, ଗଞ୍ଜାମ ୨୦୭, ଜଗତସିଂହପୁର ୭୮, ଯାଜପୁର ୮୫, ଝାରସୁଗୁଡ଼ା ୫୯, କଳାହାଣ୍ଡି ୮୨, କନ୍ଧମାଳ ୨୨, କେନ୍ଦ୍ରାପଡ଼ା ୧୨୮, କେନ୍ଦୁଝରରୁ ୫୦, ଖୋର୍ଦ୍ଧାରୁ ସର୍ବାଧିକ ୬୬୬ ଜଣ ଚିହ୍ନଟ ହୋଇଛନ୍ତି । କୋରାପୁଟରୁ ୧୩୯, ମାଲକାନଗିରି ୩୨, ମୟୂରଭଞ୍ଜ ୨୧୫, ନବରଙ୍ଗପୁର ୪୬, ନୟାଗଡ଼ ୬୭, ନୂଆପଡ଼ା ୭୯, ପୁରୀ ୧୩୬, ରାୟଗଡ଼ା ୧୩, ସମ୍ବଲପୁର ୮୩, ସୋନପୁର ୨୨, ସୁନ୍ଦରଗଡ଼ରୁ ୫୬ ଜଣ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍ କେସ୍ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି



Visitors Today : 0
Total Visitors : 130303
Total Views : 9891806
Visitors Online Now : 0